ରାଜ୍ୟରେ ଆଉ ୧୬୭ କରୋନା ସଂକ୍ରମିତ ଚିହ୍ନଟ, ୫୪୭୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର ୨୩।୬: ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୬୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୪୭୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୦ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୭ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।ଚିହ୍ନଟ ହୋଇଥିବା ୧୬୭ ସଂକ୍ରମିତଙ୍କ ମଧ୍ୟରୁ ରାୟଗଡା ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, ନୟାଗଡ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ ଜଣ, କଟକ ଜିଲ୍ଲାରୁ ୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ବରଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪୧ ଜଣ, ଗଞ୍ଜାମ ଜିଲ୍ଲାରୁ ୩୦ ଜଣ, ପୁରୀ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୪ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ ଏବଂ କେନ୍ଦ୍ରାପଡା ଜିଲ୍ଲାରୁ ୭ ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୮୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୫ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୬ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

ରାଜ୍ୟରେ ଆଉ ୧୬୭ କରୋନା ସଂକ୍ରମିତ ଚିହ୍ନଟ, ୫୪୭୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା