ଅନୁଗୁଳ ଜିଲ୍ଲା ପରିଷଦର ୫୬ତମ ସାଧାରଣ ବୈଠକ: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ

ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ୫୬ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ ସଭାରେ ଅଧ୍ୟକ୍ଷତା କରିଥିଲେ। ପ୍ରଥମେ ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ ସ୍ଵାଗତ ଭାଷଣ ଦେବା ସହ ପୂର୍ବ ସଭାର ବିବରଣୀ ପାଠ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର କହିଥିଲେ, ଜିଲ୍ଲାର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ […]

ଅନୁଗୁଳ ଜିଲ୍ଲା ପରିଷଦର ୫୬ତମ ସାଧାରଣ ବୈଠକ: ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ
ଅନୁଗୁଳ: ଆଜି ପୂର୍ବାହ୍ନରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ୫୬ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷା ବବିତା ପ୍ରଧାନ ସଭାରେ ଅଧ୍ୟକ୍ଷତା କରିଥିଲେ। ପ୍ରଥମେ ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟ ସ୍ଵାଗତ ଭାଷଣ ଦେବା ସହ ପୂର୍ବ ସଭାର ବିବରଣୀ ପାଠ କରିଥିଲେ। ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର କହିଥିଲେ, ଜିଲ୍ଲାର ବିକାଶ ପାଇଁ ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ। ଏଥିପାଇଁ ଜିଲ୍ଲାର ସମସ୍ତ ଅଧିକାରୀ ନିଷ୍ଠାର ସହ କାର୍ଯ୍ୟ କରିବା ଦରକାର ବୋଲି କହିଥିଲେ। ସଭାରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ପାନୀୟ ଜଳ ଯୋଗାଣ ଓ ପରିମଳ, ଜଳ ସମ୍ପଦ, ଜଙ୍ଗଲ ବିଭାଗ, କୃଷି, ପ୍ରାଣୀ ସମ୍ପଦ, ଶିକ୍ଷା, ବିଦ୍ୟୁତ, ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା /ଗ୍ରାମ୍ୟ ଗୃହ ନିର୍ମାଣ, ,ଶିଶୁ ଓ ମହିଳା ବିକାଶ ଏବଂ ଗ୍ରାମ୍ୟ ଉନ୍ନୟନ (RD)ବିଭାଗର କାର୍ଯ୍ୟକ୍ରମ ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତୁରନ୍ତ ଶେଷ କରିବାକୁ ସମସ୍ତ ଜିଲ୍ଲା ଅଧିକାରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ଛେଣ୍ଡିପଦା ବିଧାୟକ ସୁଶାନ୍ତ କୁମାର ବେହେରା, ପାଳଲହଡା ବିଧାୟକ ମୁକେଶ କୁମାର ପାଳ, ଅନୁଗୁଳ ଜିଲ୍ଲା ପରିଷଦ ଅତିରିକ୍ତ ନିର୍ବାହୀ ଅଧିକାରୀ ପଦ୍ମନାଭ ସାମନ୍ତରାୟଙ୍କ ସମେତ ଜିଲ୍ଲାର ସମସ୍ତ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।