ବ୍ରିଜ ତଳୁ ଯୁବକର କ୍ଷତ ବିକ୍ଷତ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଅନୁଗୁଳ: ସ୍ଥାନୀୟ ଖମାର ନିକଟରେ ନିର୍ମାଣାଧୀନ ଓଭର ବ୍ରିଜ ତଳୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ ମୃତ ଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଛେଳିଆପଡ଼ା ଗାଁର ଵୁବୁ ଭଞ୍ଜ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ଶନିବାର ଦିନ ୨ ଟା ବେଳେ ଅନୁଗୁଳ ସଦର ଥାନା ଅନ୍ତର୍ଗତ ଖମାର ନିକଟରେ ନିର୍ମାଣାଧୀନ ଓଭର ବ୍ରିଜ ତଳେ ବୁବୁ କ୍ଷତ ବିକ୍ଷତ ଅବସ୍ଥାରେ ମରି ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖି ଅନୁଗୁଳ ସଦର ଥାନା ପୋଲିସକୁ ଖବର […]

ବ୍ରିଜ ତଳୁ ଯୁବକର କ୍ଷତ ବିକ୍ଷତ ମୃତ ଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଅନୁଗୁଳ: ସ୍ଥାନୀୟ ଖମାର ନିକଟରେ ନିର୍ମାଣାଧୀନ ଓଭର ବ୍ରିଜ ତଳୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ ମୃତ ଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଛେଳିଆପଡ଼ା ଗାଁର ଵୁବୁ ଭଞ୍ଜ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ଶନିବାର ଦିନ ୨ ଟା ବେଳେ ଅନୁଗୁଳ ସଦର ଥାନା ଅନ୍ତର୍ଗତ ଖମାର ନିକଟରେ ନିର୍ମାଣାଧୀନ ଓଭର ବ୍ରିଜ ତଳେ ବୁବୁ କ୍ଷତ ବିକ୍ଷତ ଅବସ୍ଥାରେ ମରି ପଡ଼ିଥିବାର ସ୍ଥାନୀୟ ଲୋକେ ଦେଖି ଅନୁଗୁଳ ସଦର ଥାନା ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିଛି। ତାଙ୍କ ଦେହର ବିଭିନ୍ନ ଜାଗାରେ କ୍ଷତ ଚିହ୍ନ ଥିବା ବେଳେ ତାର ବେକକୁ କୌଣସି ଧାରୁଆ ଅସ୍ତ୍ର ସାହାଯ୍ୟରେ କଟାଯାଇଥିବା ଜଣାଯାଇଛି। ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କେହି ତାକୁ ହତ୍ୟା କରି ଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ବେଳେ ମୃତ ବୁବୁ ବହୁ ଅସାମାଜିକ କାର୍ଯ୍ୟକଳାପରେ ସଂଶ୍ଲିଷ୍ଟ ଥିବା ସ୍ଥାନୀୟ ଲୋକ କହିଛନ୍ତି।