ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୫ ଛୁଇଁଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୧୩।୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲ୍ଲାର ୭୦ ବର୍ଷ ବୟସ୍କ ପୁରୁଷ । Regret to inform the demise of 70 year old male Covid positive patient of Bhubaneswar who was also suffering from Diabetes Mellitus & Hypertension.— H & FW Dept Odisha (@HFWOdisha) January 13, 2021 ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୨୫୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୮୪୫୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୯୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୭୨୬୧୯୦୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।