ଅଗଷ୍ଟ ୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୧ା୮(ବ୍ୟୁରୋ)-କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି। ଏହି ସମୟରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି ଏବଂ ଶିଶୁଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଅତିରିକ୍ତ ପୁଷ୍ଟିସାଧନ କାର୍ଯ୍ୟକ୍ରମ ଯେଭଳି ବାଧାପ୍ରାପ୍ତ ନ ହୁଏ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ କୁହାଯାଇଛି। ବିଭାଗ ସୂଚନା ଦେଇଛି ଯେ, ଅଗଷ୍ଟ […] The post ଅଗଷ୍ଟ ୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ appeared first on Dharitri Odia News.

ଅଗଷ୍ଟ ୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୧ା୮(ବ୍ୟୁରୋ)-କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି ପାଉଥିବାରୁ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବନ୍ଦ ଘୋଷଣା କରାଯାଇଛି। ଏହି ସମୟରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି ଏବଂ ଶିଶୁଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଅତିରିକ୍ତ ପୁଷ୍ଟିସାଧନ କାର୍ଯ୍ୟକ୍ରମ ଯେଭଳି ବାଧାପ୍ରାପ୍ତ ନ ହୁଏ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ କୁହାଯାଇଛି। ବିଭାଗ ସୂଚନା ଦେଇଛି ଯେ, ଅଗଷ୍ଟ ମାସ ପାଇଁ ଶୁଖିଲା ରାଶନ ହିତାଧିକାରୀଙ୍କ ଘରେ ପହଞ୍ଚାଇ ଦିଆଯାଇଛି। କୋଭିଡ୍‌-୧୯ ନିୟମାବଳୀକୁ ପାଳନ କରି ଅଙ୍ଗନଓ୍ବାଡ଼ି କର୍ମୀମାନେ ଘର ଘର ବୁଲି ରାଶନ ପ୍ରଦାନ କରିଛନ୍ତି। ରାଜ୍ୟର ୩୩୮ଟି ଆଇସିଡିଏସ୍‌ ପ୍ରକଳ୍ପ ଅଧୀନରେ ସମନ୍ବତି ପୁଷ୍ଟିସାଧନ ଯୋଜନାରେ ୪୨ ଲକ୍ଷ ମହିଳା ଓ ଶିଶୁ ଉପକୃତ ହେଉଛନ୍ତି। ଓଡ଼ିଶାକୁ ଫେରିଥିବା ପ୍ରବାସୀଙ୍କ ମଧ୍ୟରୁ ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ଏହି ଯୋଜନାରେ ଶୁଖିଲା ରାଶନ ଯୋଗାଇ ଦିଆଯାଇଛି। The post ଅଗଷ୍ଟ ୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ appeared first on Dharitri Odia News.