ଆଜି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଧାମି

ନୂଆଦିଲ୍ଲୀ: ଆଜି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ପୁଷ୍କର ସିଂ ଧାମି ଶପଥ ଗ୍ରହଣ କରିବେ । ୪୫ ବର୍ଷୀୟ ଧାମି ରାଜ୍ୟର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାୱତଙ୍କ ଇସ୍ତଫା ପରେ ଉତ୍ତରାଖଣ୍ଡର ପରବର୍ତ୍ତୀ ଡୋରି କାହା ହାତରେ ରହିବ, ସେନେଇ ଖୁବ୍ ଚର୍ଚ୍ଚା ଜାରି ରହିଥିଲା । ଧାମି ପୂର୍ବରୁ ଦୁଇ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବର୍ତ୍ତମାନ ସେ […] The post ଆଜି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଧାମି appeared first on Odisha Bhaskar.

ଆଜି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଧାମି
ନୂଆଦିଲ୍ଲୀ: ଆଜି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ପୁଷ୍କର ସିଂ ଧାମି ଶପଥ ଗ୍ରହଣ କରିବେ । ୪୫ ବର୍ଷୀୟ ଧାମି ରାଜ୍ୟର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବେ । ପୂର୍ବତନ ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାୱତଙ୍କ ଇସ୍ତଫା ପରେ ଉତ୍ତରାଖଣ୍ଡର ପରବର୍ତ୍ତୀ ଡୋରି କାହା ହାତରେ ରହିବ, ସେନେଇ ଖୁବ୍ ଚର୍ଚ୍ଚା ଜାରି ରହିଥିଲା । ଧାମି ପୂର୍ବରୁ ଦୁଇ ଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବର୍ତ୍ତମାନ ସେ ଉଦ୍ଧମ ସିଂ ନଗର ଜିଲ୍ଲାର ଖତିମା ନିର୍ବାଚନ ମଣ୍ଡଳୀରୁ ବିଜୟ ହାସଲ କରି ବିଧାୟକ ରହିଛନ୍ତି । ଗତ ୪ ମାସ ମଧ୍ୟରେ ଧାମି ତୃତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ । ଆଜି ସନ୍ଧ୍ୟା ୬ଟା ସମୟରେ ସେ ଉତ୍ତରାଖଣ୍ଡର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିବେ । ଗତ ୨୦୧୨ ମସିହାରୁ ଧାମି ଲଗାତର ଦୁଇଥର ବିଧାୟକ ଭାବେ ବିଧାନସଭାକୁ ନିର୍ବାଚିତ ହୋଇଆସୁଛନ୍ତି । The post ଆଜି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଧାମି appeared first on Odisha Bhaskar.