କାଳିଆର ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬/୧୧(ଓଡିଶା ଭାସ୍କର) : କଟକ ବଡମେଡିକାଲରେ ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ ନେଇ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ‘କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ । ଡାକ୍ତରଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତେ୍ୱ ଦେହାନ୍ତ ହେଲା । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ ।’ ଅସମୟରେ ଝଡି ପଡିଥିବା କାଳିଆର ଅମର ଆତ୍ମାର ସଦଗତି […] The post କାଳିଆର ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Odisha Bhaskar.

କାଳିଆର ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୬/୧୧(ଓଡିଶା ଭାସ୍କର) : କଟକ ବଡମେଡିକାଲରେ ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ ନେଇ ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଦୁଃଖପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, ‘କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ । ଡାକ୍ତରଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତେ୍ୱ ଦେହାନ୍ତ ହେଲା । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ ।’ ଅସମୟରେ ଝଡି ପଡିଥିବା କାଳିଆର ଅମର ଆତ୍ମାର ସଦଗତି କାମନା କରିବା ସହ ଜଗାର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡାକ୍ତରମାନଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତ୍ୱେ କାଳିଆର ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖଦାୟକ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଭଗବାନ ଧୈର୍ଯ୍ୟ ଦିଅନ୍ତୁ। ଅସମୟରେ ଝଡି ପଡିଥିବା କାଳିଆର ଅମର ଆତ୍ମାର ସଦଗତି କାମନା ସହ ଏହି କଠିନ ସମୟରେ ଜଗାର ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି। — Naveen Patnaik (@Naveen_Odisha) November 26, 2020   The post କାଳିଆର ମୃତ୍ୟୁରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Odisha Bhaskar.