ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ

ଭୁବନେଶ୍ୱର ୦୩।୦୭ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ  ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୨୧୮୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୨୨୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୮୭୪୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧୯୬ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି ।  ଏବେ ସୁଦ୍ଧା ରାଜ୍ୟରେ ୧୪୦୫୦୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।