ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ

ଭୁବନେଶ୍ୱର ୦୯।୦୮ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୮୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ ରହିଛନ୍ତି । ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୮୭୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୪୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୬୯୯୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୬୫୦୧ ରେ ପହଞ୍ଚିଥିବା ବେଳେ ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ପହଞ୍ଚିଛି।  ଏବେ ସୁଦ୍ଧା ରାଜ୍ୟରେ ୧୬୬୨୬୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।