ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ: ଅଭିଯୋଗ ଶୁଣିଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ

ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏ ଅବସରରେ ମୁଖ୍ୟମନ୍ତ୍ରୀ ରିଲିଫ ଫାଣ୍ଠିରୁ ଜଣଙ୍କୁ ୫ ହଜାର ଟଙ୍କା ଏବଂ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୧୨ ହଜାର ୫୦୦ଟଙ୍କା ସହାୟତା […]

ଜିଲ୍ଲାସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ: ଅଭିଯୋଗ ଶୁଣିଲେ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ
ଅନୁଗୁଳ: ଆଜି ଜିଲ୍ଲାପାଳ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ ପାଳଲହଡା ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିବିରରେ ସମୁଦାୟ ୨୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ସେଥିମଧ୍ୟରୁ ୨୦ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିତ୍ତିକ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ୪ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଏ ଅବସରରେ ମୁଖ୍ୟମନ୍ତ୍ରୀ ରିଲିଫ ଫାଣ୍ଠିରୁ ଜଣଙ୍କୁ ୫ ହଜାର ଟଙ୍କା ଏବଂ ରେଡକ୍ରସ ପାଣ୍ଠିରୁ ୨ ଜଣଙ୍କୁ ୧୨ ହଜାର ୫୦୦ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଥିଲା। ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ୱାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ । କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ହେମନ୍ତ କୁମାର ସିଂହ, ପାଳଲହଡା ଉପଜିଲ୍ଲାପାଳ ସୁଶାନ୍ତ କୁମାର ପତି, ଆଇଏଏସ୍ ପ୍ରୋବେସନରୀ ତେଜସ୍ବିନୀ ବେହେରା, ପାଳଲହଡା ତହସିଲଦାର ଆକାଂକ୍ଷା ମହାପାତ୍ର, ଜିଲ୍ଲା ମଙ୍ଗଳ ଅଧିକାରୀ ଦିଲ୍ଲୀପ କୁମାର ମିଶ୍ର, ଉପ- ନିର୍ଦ୍ଦେଶକ ଉଦ୍ୟାନ ଅମର ଲୁଗୁନ୍, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ପ୍ରତିଭା ବାରିକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ସହକାରୀ ଜିଲ୍ଲାପାଳ ପ୍ରତାପହରି ପ୍ରଧାନ, ଅତିରିକ୍ତ ଜନ ସ୍ୱାସ୍ଥ୍ୟ ଅଧିକାରୀ (ଭେକ୍ଟର ବାହିତ ରୋଗ) ଡା. ପୂର୍ଣ୍ଣିମା ଉଦଗାତା, ଜିଲ୍ଲା ମୁଖ୍ୟପ୍ରାଣୀ ଚିକିତ୍ସା ଅଧିକାରୀ ଡ.ନିରୋଦ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ। ସେହିପରି ଅନୁଗୁଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଗୁଳ ଅତିରିକ୍ତ ଜିଲ୍ଲାପାଳ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ ୩୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା। ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ।