ଡଙ୍ଗା ଭସା ଏବଂ ବୁଡ଼ ପକାଇବା ଉପରେ କଟକଣା: ପତିତପାବନଙ୍କ ଦର୍ଶନ କରି ପାରିବେ ଭକ୍ତ

ପୁରୀ୨୯/୧୧: ଆସନ୍ତାକାଲି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହେବ। ମହାଧାର୍ମିକ କାର୍ତ୍ତିକ ମାସର ଶେଷ ଦିନ ଥିବାରୁ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଓ ବୁଡ଼ ପକାଇବା ପାଇଁ ଲକ୍ଷାଧିକ ଭକ୍ତ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ। କିନ୍ତୁ କରୋନା ସଂକ୍ରମଣ କାରଣରୁ ଚଳିତ ବର୍ଷ ରାଜ୍ୟ ସରକାରଙ୍କ କୋଭିଡ ଗାଇଡ଼ଲାଇନ ଅନୁଯାୟୀ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ଉପରେ କଟକଣା ଲଗାଯାଇଛି। ଏସବୁ ସ୍ଥାନରେ ପୋଲିସ ପକ୍ଷରୁ ତୀକ୍ଷ୍ଣ ନଜର ରଖାଯିବ। ଲୋକମାନେ ଘରେ ରହିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି। ସେପଟେ ପର୍ଯ୍ୟଟକ ତଥା ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବ୍ୟବସ୍ଥାକୁ ନଜରରେ ରଖି ୧୫ ପ୍ଲାଟୁନ ପୋଲିସ ଫୋର୍ସ ସହ ଜଣେ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୫୦ ଅଫିସର ମୁତୟନ ରହିବେ। କରୋନା ମହାମାରୀ ଯୋଗୁଁ ଶ୍ରୀମନ୍ଦିର ଭିତରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଥିବା ଯୋଗୁଁ ଭକ୍ତମାନେ ଶୃଙ୍ଖଳାର ସହ ପତିତପାବନଙ୍କ ଦର୍ଶନ କରିବା ପାଇଁ ଏସପି କନୱର ବିଶାଲ ସିଂହ ଅନୁରୋଧ କରିଥିଲେ। ପରବର୍ତ୍ତୀ ସମୟରେ ପତିତପାବନଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। ଭକ୍ତମାନେ ପତିତପାବନଙ୍କ ଦର୍ଶନ କରି ପାରିବେ।