ତାଳଚେର ମେଡ଼ିକାଲ କଲେଜକୁ ସରକାରୀ ପରିଚାଳନା ପାଇଁ ବିଜେପିର ଦାବି

ତାଳଚେର/ଅନୁଗୁଳ: ମହାନଦୀ କୋଲ ଫିଇଲ୍ଡ(ଏମସିଏଲ) ଦ୍ୱାରା ପ୍ରତିଷ୍ଠିତ ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ବ ସରକାର ତୁରନ୍ତ ହାତକୁ ନିଅନ୍ତୁ ବୋଲି ଆଜି ତାଳଚେର ବିଜେପି ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦୀ ଚରଣ ସାମଲ। ଶ୍ରୀ ସାମଲ କହିଛନ୍ତି, ତାଳଚେରରେ କେନ୍ଦ୍ରୀୟ ରାଷ୍ଟ୍ରାୟତ ଉଦ୍ୟୋଗ ଏମସିଏଲ ଦ୍ୱାରା ୪୯୨ କୋଟି ଟଙ୍କା ବ୍ୟୟରେ ୧୦୦ ସିଟ୍ ଏମବିବିଏସ ସିଟ୍ ସମେତ ୫୦୦ ଶଯ୍ୟା ବିଶିଷ୍ଟ ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ […]

ତାଳଚେର ମେଡ଼ିକାଲ କଲେଜକୁ ସରକାରୀ ପରିଚାଳନା ପାଇଁ ବିଜେପିର ଦାବି
ତାଳଚେର/ଅନୁଗୁଳ: ମହାନଦୀ କୋଲ ଫିଇଲ୍ଡ(ଏମସିଏଲ) ଦ୍ୱାରା ପ୍ରତିଷ୍ଠିତ ତାଳଚେର ମେଡିକାଲ କଲେଜର ପରିଚାଳନା ଦାୟିତ୍ବ ସରକାର ତୁରନ୍ତ ହାତକୁ ନିଅନ୍ତୁ ବୋଲି ଆଜି ତାଳଚେର ବିଜେପି ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ବିଜେପି ରାଜ୍ୟ ସମ୍ପାଦକ କାଳନ୍ଦୀ ଚରଣ ସାମଲ। ଶ୍ରୀ ସାମଲ କହିଛନ୍ତି, ତାଳଚେରରେ କେନ୍ଦ୍ରୀୟ ରାଷ୍ଟ୍ରାୟତ ଉଦ୍ୟୋଗ ଏମସିଏଲ ଦ୍ୱାରା ୪୯୨ କୋଟି ଟଙ୍କା ବ୍ୟୟରେ ୧୦୦ ସିଟ୍ ଏମବିବିଏସ ସିଟ୍ ସମେତ ୫୦୦ ଶଯ୍ୟା ବିଶିଷ୍ଟ ମହାନଦୀ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡ଼ିକାଲ ସାଇନ୍ସ ଏଣ୍ଡ ରିସର୍ଚ୍ଚ ସ୍ଥାପନ ହୋଇଛି। ଏହି ମେଡିକାଲ କଲେଜ ଏବଂ ହସ୍ପିଟାଲ କାର୍ଯ୍ୟକ୍ଷମ ହେଲେ ଅନୁଗୁଳ ଜିଲ୍ଲା ସମେତ ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ ଏବଂ ନୟାଗଡ଼ର ପାଖାପାଖି ୭୦ ଲକ୍ଷ ଲୋକ ଉତ୍ତମ ସ୍ୱାସ୍ଥ୍ୟ ସୁବିଧା ପାଇବା ସହ ବିଶେଷ ଉପକୃତ ହେବେ। କାର୍ଯ୍ୟକ୍ରମରେ ବିଜେପିର ବରିଷ୍ଠ ନେତା ଯଯାତି ପଟ୍ଟନାୟକ, ଜିଲ୍ଲା ସାଧାରଣ ସମ୍ପାଦକ ପ୍ରକାଶ ମହାରଣା, ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ମାନସ ରଞ୍ଜନ ଆଚାର୍ଯ୍ୟ ଓ ବୃନ୍ଦାବନ ବେହେରା, ଜିଲ୍ଲା ଲିଗାଲ ସେଲ ଅଧ୍ୟକ୍ଷ ପେସ୍କାର ଗଡ଼ନାୟକ, ଜିଲ୍ଲା ସମ୍ପାଦକ ପ୍ରଶାନ୍ତ ନନ୍ଦ, ମନୋଜ ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ। ଜିଲ୍ଲା ମିଡିଆ ସେଲ ଅଧ୍ୟକ୍ଷ ପର୍ଶୁରାମ ବାରିକ ସାମ୍ବାଦିକ ସମ୍ମିଳନୀକୁ ସଂଯୋଜନା କରିଥିଲେ।