ନାବାଳିକାଙ୍କୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହେବା ସହ ୫୦ ହଜାର ଟଙ୍କା ଜରିମାନା

ଅନୁଗୁଳ: ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ୍‌ ତୁଳସୀପାଳ ଗାଁର ତପନ ଜେନା(୩୧)କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଅଦାଲତ। ତାକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହେବା ସହ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ତାକୁ ଅତିରିକ୍ତ ୧ ବର୍ଷ ଜେଲରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ସୂଚନା ଅନୁସାରେ, ଅଭିଯୁକ୍ତ ନିଜ ଅଞ୍ଚଳ ଜଣେ କଲେଜ ଛାତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ। ଛାତ୍ରୀ ଜଣଙ୍କ ଘରେ ଏକା ଥିଲା […]

ନାବାଳିକାଙ୍କୁ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହେବା ସହ ୫୦ ହଜାର ଟଙ୍କା ଜରିମାନା
ଅନୁଗୁଳ: ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଅନୁଗୁଳ ଜିଲ୍ଲା ବଅଁରପାଳ ବ୍ଲକ୍‌ ତୁଳସୀପାଳ ଗାଁର ତପନ ଜେନା(୩୧)କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଅଦାଲତ। ତାକୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ହେବା ସହ ୫୦ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅନାଦେୟ ତାକୁ ଅତିରିକ୍ତ ୧ ବର୍ଷ ଜେଲରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ସୂଚନା ଅନୁସାରେ, ଅଭିଯୁକ୍ତ ନିଜ ଅଞ୍ଚଳ ଜଣେ କଲେଜ ଛାତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ। ଛାତ୍ରୀ ଜଣଙ୍କ ଘରେ ଏକା ଥିଲା ବେଳେ ଅଭିଯୁକ୍ତ ତାଙ୍କୁ ଅସଦାଚରଣ କରିବା ସହ ତାଙ୍କ କଥାରେ ରାଜି ନ ହେଲେ ଜୀବନରୁ ମାରିଦେବାକୁ ଧମକ ବି ଦେଉଥିଲେ। ଏମିତି ବାରମ୍ବାର ହେବାରୁ ଛାତ୍ରୀଜଣଙ୍କୁ ତାଙ୍କ ମା’ଙ୍କୁ ଏକଥା ଜଣାଇଥିଲେ। ପରେ ସେ ବଅଁରପାଳ ଥାନାରେ ଏତଲା ଦେବା ପରେ ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା। ଏହି ମାମଲାର ବିଚାର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ ତଥା ଫା‌ଷ୍ଟଟ୍ରାକ କୋର୍ଟ ବିରଞ୍ଜି ନାରାୟଣ ମିଶ୍ରଙ୍କ ପାଖରେ ଚାଲିଥିଲା। ମୋଟ ୬ ଜଣ ସାକ୍ଷୀ ଓ ଅନ୍ୟ ପ୍ରମାଣକୁ ଭିତ୍ତି କରି ଅଦାଲତ ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିବା ସହ ଏହି ରାୟ ଶୁଣାଇଛନ୍ତି। ସେହିପରି ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିବାକୁ କୁହାଯାଇଛି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ଅତିରିକ୍ତ ପିପି ପ୍ରଦୀପ କୁମାର ଭୂତିଆ ପରିଚାଳନା କରୁଥିଲେ।