ପ୍ରବଳ ଖରା ପାଇଁ ସ୍କୁଲ ଛୁଟି, ଏପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କଲେ ସରକାର

ଭୁବନେଶ୍ଵର: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୨୫ରୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏପ୍ରିଲ ୨୫ରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରାଯାଇଛି। ସେପଟେ ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନି ଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ସମସ୍ତ ସରକାରୀ ଓ ବେସରକାରୀ […]

ପ୍ରବଳ ଖରା ପାଇଁ ସ୍କୁଲ ଛୁଟି, ଏପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କଲେ ସରକାର
ଭୁବନେଶ୍ଵର: ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୨୫ରୁ ରାଜ୍ୟର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏପ୍ରିଲ ୨୫ରୁ ଦ୍ୱାଦଶ ଶ୍ରେଣୀ ଯାଏଁ ସ୍କୁଲରେ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରାଯାଇଛି। ସେପଟେ ସମ୍ଭାବ୍ଯ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର ସୂଚନାକୁ ଦୃଷ୍ଟିରେ ରଖି ଚଳିତ ଏପ୍ରିଲ ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ତିନି ଦିନ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ବିଦ୍ୟାଳୟ ଖୋଲା ରହିବ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ଖରା ଛୁଟି ଘୋଷଣା ହୋଇଛି। ସୂଚନାଯୋଗ୍ୟ ଯେ ଏବର୍ଷ ପ୍ରବଳ ଗ୍ରୀଷ୍ମ ପ୍ରବାହ ସହ ଏକାଧିକ ସହରରେ ତାପମାତ୍ରା ୪୦ ଡିଗ୍ରୀକୁ ପାର କରିଛି । ତେଣୁ ସାଧାରଣତଃ ମେ’ ମାସରେ ହେଉଥିବା ଖରା ଛୁଟିକୁ ଏଥର ଆଗୁଆ ଘୋଷଣା କରାଯାଇଛି।