ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି , ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର ୧୯।୦୭: ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, ନବରଙ୍ଗପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ନୂଆପଡ଼ା, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ, କଟକ, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ଼ ଓ ଦେଓଗଡ଼ ଆଦି ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା […]

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି , ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା
ଭୁବନେଶ୍ୱର ୧୯।୦୭: ଆଜି ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, ନବରଙ୍ଗପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ସେହିପରି ନୂଆପଡ଼ା, ବଲାଙ୍ଗୀର, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ, କଟକ, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ଼ ଓ ଦେଓଗଡ଼ ଆଦି ଜିଲ୍ଲାର ଗୋଟିଏ, ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛ । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘୂଣ୍ଣିବଳୟ ସୃଷ୍ଟି ହୋଇଛି । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ପଡିବ ନାହିଁ । ମାତ୍ର ବାୟୁମଣ୍ଡଳରେ ଜଳୀୟବାଷ୍ପ ଥିବାରୁ ଏହାର ପ୍ରଭାବରେ ରାଜ୍ୟର କିଛି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ । ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବ । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ଅଛି । ଆଜି ପର୍ଯ୍ୟନ୍ତ ଦୁର୍ବଳ ରହିବ । ତେବେ ତା’ପରେ ସ୍ୱାଭାବିକ ବର୍ଷା ହେବ । ଅଧିକ ବର୍ଷା ନହେଲେ ବି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ୱାସ ପୂର୍ବାନୁମାନ କରିଛନ୍ତି । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ କୁମାର ସାହୁ ପୂର୍ବାନୁମାନ କରିଛନ୍ତି ଯେ ରବିବାର କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ । ଆସନ୍ତା ୮-୧୦ ଦିନ ପର୍ଯ୍ୟନ୍ତ ବଡ଼ ବର୍ଷା ସମ୍ଭାବନା ନାହିଁ । ୧୯ରେ ଦକ୍ଷିଣ ଓଡ଼ିଶା ଓ ୨୦ରେ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି ।