ବିଜେଡିର ଜନଜାଗରଣ ସଭା: ସମସ୍ତ ବର୍ଗର ଭତ୍ତାଧିକାରୀଙ୍କୁ ତୁରନ୍ତ ବର୍ଦ୍ଧିତ ଭତ୍ତା ପ୍ରଦାନ ଦାବି

ଅନୁଗୁଳ: ଆଜି ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକରେ ସମସ୍ତ ବର୍ଗର ଭତ୍ତାଧିକାରୀଙ୍କୁ ତୁରନ୍ତ ବର୍ଦ୍ଧିତ ଭତ୍ତା ପ୍ରଦାନ ଦାବିରେ ବିଜୁ ଜନତା ଦଳ ପକ୍ଷରୁ ଜନଜାଗରଣ ସଭା ଅନୁଷ୍ଠିତ ହୋଇଛି। ସଭାରେ ବିଜେଡି କହିଛି, ଗତ ନିର୍ବାଚନରେ ବିଜେପି ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିଲେ ଡବଲ ବିକାଶର ନାରା ଦେଇ ସମସ୍ତ ଭତ୍ତାଧାରୀଙ୍କ ମାସିକ ଭତ୍ତାକୁ ୩୫୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ବିଜେପି ସରକାର ଉପସ୍ଥାପିତ କରିଥିବା ବଜେଟରେ କେବଳ […]

ବିଜେଡିର ଜନଜାଗରଣ ସଭା: ସମସ୍ତ ବର୍ଗର ଭତ୍ତାଧିକାରୀଙ୍କୁ ତୁରନ୍ତ ବର୍ଦ୍ଧିତ ଭତ୍ତା ପ୍ରଦାନ ଦାବି
ଅନୁଗୁଳ: ଆଜି ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକରେ ସମସ୍ତ ବର୍ଗର ଭତ୍ତାଧିକାରୀଙ୍କୁ ତୁରନ୍ତ ବର୍ଦ୍ଧିତ ଭତ୍ତା ପ୍ରଦାନ ଦାବିରେ ବିଜୁ ଜନତା ଦଳ ପକ୍ଷରୁ ଜନଜାଗରଣ ସଭା ଅନୁଷ୍ଠିତ ହୋଇଛି। ସଭାରେ ବିଜେଡି କହିଛି, ଗତ ନିର୍ବାଚନରେ ବିଜେପି ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆସିଲେ ଡବଲ ବିକାଶର ନାରା ଦେଇ ସମସ୍ତ ଭତ୍ତାଧାରୀଙ୍କ ମାସିକ ଭତ୍ତାକୁ ୩୫୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲା। କିନ୍ତୁ ବିଜେପି ସରକାର ଉପସ୍ଥାପିତ କରିଥିବା ବଜେଟରେ କେବଳ ୮୦ ବର୍ଷରୁ ଊର୍ଦ୍ଧ୍ବ ଓ ୮୦ ପ୍ରତିଶତରୁ ଊର୍ଦ୍ଧ୍ବ ଭିନ୍ନକ୍ଷମଙ୍କ ଭତ୍ତା ୩୫୦୦ ଟଙ୍କା ବୃଦ୍ଧି କରାଯାଇଥିଲେ ସୁଦ୍ଧା ଅନ୍ୟ ଭତ୍ତାଧିକାରୀଙ୍କ ମାସିକ ଭତ୍ତା ଅପରିବର୍ତ୍ତିତ ରହିଛି। ଏହା ଦ୍ବାରା ରାଜ୍ୟର ୫୭ଲକ୍ଷ ଭତ୍ତାଧିକାରୀଙ୍କ ମଧ୍ୟରୁ ୫୨ ଲକ୍ଷ ଭତ୍ତାଧିକାରୀ ବର୍ଦ୍ଧିତ ଭତ୍ତାରୁ ବଞ୍ଚିତ ଅଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ସମ୍ମାନିତ ଅତିଥି ଭାବେ ପୂର୍ବତନ ସାଂସଦ ଢେଙ୍କାନାଳ ମହେଶ ସାହୁ, ପାଳଲହଡା ପୂର୍ବତନ ବିଧାୟକ ମୁକେଶ କୁମାର ପାଲଙ୍କ ସମେତ କଣିହାଁ ବ୍ଲକର ସମସ୍ତ ଜନ ପ୍ରତିନିଧି, ବିଜୁ ଜନତା ଦଳର ସମସ୍ତ ପଦାଧିକାରୀ ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ।