ବାତ୍ୟା ମୁକାବିଲା ନେଇ ପ୍ରସ୍ତୁତି ବୈଠକ, ଆସନ୍ତା ୨୨ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା

ନୀଳଗିରି, ୨୦/୫: ଓଡିଶାରେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ଆଜି ନୀଳଗିରି ପ୍ରଶାସନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସମ୍ଭାବ୍ୟ ବାତ୍ୟା ନେଇ ଜିଲ୍ଲାପାଳଙ୍କ ସହ ନୀଳଗିରି ପ୍ରଶାସନର ଅଧିକାରୀମାନେ ଆଲୋଚନା କରିଛନ୍ତି। ଏହି ବୈଠକରେ ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ, ବ୍ଲକ ଅଧ୍ୟକ୍ଷା ଜାନକୀ ସିଂ, ଉପଜିଲ୍ଲାପାଳ ହରିଶ ଚନ୍ଦ୍ର ଜେନା, ତହସିଲଦାର ଅଶେଷ କୁମାର ନାୟକ, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ରତନ କୁମାର ପଟ୍ଟନାୟକ, ବିଡ଼ିଓ ଅନିତା ନାୟକ, ଜନସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ପ୍ରମୁଖ ସାମିଲ ହୋଇଥିଲେ।ସର୍ବଦା ସଜାଗ ରହିବାକୁ ଜିଲ୍ଲାପାଳ ଭିଡିଓ କନଫରେନ୍ସିଂ ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବୈଠକରେ ବାତ୍ୟା ମୁକାବିଲା ନେଇ ଏକ ବ୍ଲୁ ପ୍ରିଣ୍ଟ ମଧ୍ୟ ପ୍ରସ୍ତୁତ କରାଯାଇଛି। ସୂଚନା ଯୋଗ୍ୟ, ଆସନ୍ତା ୨୨ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୭୨ ଘଣ୍ଟା ମଧ୍ୟରେ ଏହା ଧୀରେ ଧୀରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହି ବାତ୍ୟା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ କିମ୍ବା ଓଡ଼ିଶା ଉପକୂଳ ବାଲେଶ୍ୱର ଦେଇ ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।