ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୩୯ ଛୁଇଁଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର ୨୧।୧୨: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ ଏବଂ କଳାହାଣ୍ଡି ଜିଲ୍ଲାରୁ ଜଣେ ରହିଛନ୍ତି । Regret to inform the demise of three numbers of Covid positive patients while under treatment in hospitals.1.A 20-year-old female of Kalahandi district who was also suffering from Hepatitis.— H & FW Dept Odisha (@HFWOdisha) December 21, 2020 2.A 43-year-old male of Sundargarh district who was also suffering from Hypertension.3.A 45-year-old male of Sundargarh district.— H & FW Dept Odisha (@HFWOdisha) December 21, 2020 ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୬୫୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୫୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୧୬୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୮୩୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୬୬୩୫୯୮୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।