ରାଜ୍ୟରେ ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର, ୧୦ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୮୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧ ହଜାରକୁ ବୃଦ୍ଧି ପାଇଛି । କରୋନା ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ […] The post ରାଜ୍ୟରେ ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଜାଣନ୍ତୁ କେଉଁଠୁ କେତେ? appeared first on Odisha Bhaskar.

ରାଜ୍ୟରେ ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଜାଣନ୍ତୁ କେଉଁଠୁ କେତେ?
ଭୁବନେଶ୍ୱର, ୧୦ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୮୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧ ହଜାରକୁ ବୃଦ୍ଧି ପାଇଛି । କରୋନା ମୃତ୍ୟୁ ସଂଖ୍ୟା ୧୦୦୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଟକରୁ ୨, ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, ସୁନ୍ଦରଗଡ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । The post ରାଜ୍ୟରେ ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଜାଣନ୍ତୁ କେଉଁଠୁ କେତେ? appeared first on Odisha Bhaskar.