ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, ୪ ଦିଗ ଉପରେ ବିଶେଷ ଧ୍ୟାନ, ୩୭ ଏନଡିଆରଏଫ-ଓଡ୍ରାଫ ଟିମ୍ ପ୍ରସ୍ତୁତ

ଭୁବନେଶ୍ଵର ୨୨।୦୫: ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆଜି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟ ଶାସନ ସଚିବ, ସ୍ଵତନ୍ତ୍ର ରିଲିଫ କମିଶନର ଓ ୧୪ଟି ଜିଲ୍ଲାର ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେପଟେ ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ଆମେ ପୂରା ପ୍ରସ୍ତୁତ ବୋଲି କହିଛନ୍ତି ଏସଆରସି । କରୋନା ମହାମାରୀ ବେଳେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ମୁକାବିଲା କ୍ଷେତ୍ରରେ କେନ୍ଦ୍ରସରକାର ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇଦେବା ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ମହାମାରୀ ସମୟରେ ବାତ୍ୟା ମୁକାବିଲା ନେଇ ୪ଟି ଦିଗ ଉପରେ ବିଶେଷ ଧ୍ୟାନ ଦେଇଛନ୍ତି ରାଜ୍ୟ ସରକାର । ୧ –କରୋନା ଆକ୍ରାନ୍ତଙ୍କୁ ନିରନ୍ତର ଚିକିତ୍ସା ସେବା ଯୋଗାଇବା । ୨- ଆକ୍ରାନ୍ତଙ୍କୁ ଚିହ୍ନଟ କରିବା । ୩- ଅଧିକ ପ୍ରଭାବିତ ହେବାକୁ ଥିବା ଅଂଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା । - ବାତ୍ୟା ପରବର୍ତ୍ତୀ ଅବସ୍ଥାରେ ପୁନଃରୁଦ୍ଧାର କାର୍ଯ୍ୟ । ଏନେଇ ଜିଲ୍ଲା ପ୍ରଶାସନ ଓ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଥିବା କହିଛନ୍ତି ସ୍ଵତନ୍ତ ରିଲିଫ କମିଶନର ।  ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଓଡ଼ିଶାର ସମସ୍ତ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଫେରାଇ ଅଣାଯାଇଛି । ଆଉ କୌଣସି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟରେ ନାହାନ୍ତି ବୋଲି କହିଛନ୍ତି ଏସଆରସି । ସେହିଭଳି କୃଷକମାନେ ସେମାନଙ୍କ କୃଷିଜାତ ଦ୍ରବ୍ୟକୁ ସୁରକ୍ଷିତ ସ୍ଥାନକୁ ନେଇ ଆସନ୍ତୁ ବୋଲି ଅନୁରୋଧ କରାଯାଇଛି । ତୁରନ୍ତ ଜଳ ନିଷ୍କାସନ ପାଇଁ ଡ୍ରେନେଜ ସଫା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଲୋକଙ୍କୁ ସ୍ଥାନାନ୍ତର, ବାତ୍ୟା ଆଶୟସ୍ଥଳୀ ପରିଚାଳନା ଓ ପୁନରୁଦ୍ଧାର ପାଇଁ ବଡ଼ ବଡ଼ ଏନଜିଓମାନଙ୍କ ସହଯୋଗ ଲୋଡ଼ାଯାଇଛି । ଅକ୍ସିଜେନ୍ ଉତ୍ପାଦନ ଓ ରିଫିଲିଂ ପାଇଁ ଯେଭଳି କୌଣସି ଅସୁବିଧା ନହେବ ସେଥିପାଇଁ ଅକ୍ସିଜେନ୍ ଯୋଗାଉଥିବା ବିଭିନ୍ନ ସଂସ୍ଥାମାନଙ୍କ ସହ ଆଲୋଚନା ହୋଇଛି ।   ସେଥିପାଇଁ ସ୍ବତନ୍ତ୍ର ଆକ୍ସନ ପ୍ଲାନ କରିଛି ଶିଳ୍ପ ବିଭାଗ ।  ଜିଲ୍ଲା କୋଭିଡ୍ କେୟାର ସେଣ୍ଟର ଓ ଜିଲ୍ଲା କୋଭିଡ୍ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ସିଲିଣ୍ଡର ମହଜୁଦ୍ ରଖିବା ପାଇଁ ନିର୍ଦେଶ ଦିଆଯାଇଛି । ଏହାଛଡ଼ା ପାନୀୟ ଜଳ ଓ ଜେନେରେଟର ରଖିବା ପାଇଁ ମଧ୍ୟ କୁହାଯାଇଛି ।  ପ୍ରସୂତି ମହିଳାମାନେ ବାତ୍ୟା ଆଶ୍ରୟସ୍ଥଳକୁ ନଯାଇ ସିଧା ହସ୍ପିଟାଲ ଆସିବାକୁ କୁହାଯାଇଛି । ବାତ୍ୟା ଆସିବା ପୂର୍ବରୁ ଆଶ୍ରୟ ସ୍ଥଳୀକୁ ଆସିବାକୁ ସମସ୍ତ ଲୋକଙ୍କୁ ଡାକବାଜି ଯନ୍ତ୍ର ଯୋଗେ ଅନୁରୋଧ କରାଯାଉଛି । ଆଶ୍ରୟସ୍ଥଳୀରେ ଲୋକଙ୍କୁ ମାସ୍କ ଦେବା ସହ ରାପିଡ୍ ରେସପନ୍ସ ଟିମ୍ ପଠାଇ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ ବୋଲି କହିଛନ୍ତି ଏସଆରସି । କୌଣସି ବ୍ୟକ୍ତିଙ୍କ ଠାରେ କରୋନା ଲକ୍ଷଣ ଥିଲେ ତାଙ୍କୁ କୋଭିଡ୍ କେୟାର ସେଣ୍ଟର କିମ୍ବା କୋଭିଡ୍ ହସ୍ପିଟାଲକୁ ନେବା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଏଥି ସହ ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ୧୭ଟି ଏନଡିଆରଏଫ ଟିମ୍, ୨୦ଟି ଓଡ୍ରାଫ ଓ ୧୫୦ଟି ଫାୟାର ଟିମ୍‌କୁ ଆସନ୍ତାକାଲି ବିଭିନ୍ନ ଜିଲ୍ଲାକୁ ପଠାଯିବ । ବାତ୍ୟା ପରେ ଗଛ କାଟିବା ଲାଗି ବନ ବିଭାଗ ଟିମ୍ ମଧ୍ୟ ପ୍ରସ୍ତୁତ ରହିବାକୁ କୁହାଯାଇଛି ।   ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କୁ ଭାରତ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଇଏମଡି ନିର୍ଦ୍ଦେଶକ, ଏନଡିଆରଏଫ ଡିଜି ଏବଂ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସହ ଭର୍ଚୁଆଲ ମିଟିଂ କରି ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସେ ଗୃହମନ୍ତ୍ରୀ ଅମିତ୍ ଶାହାଙ୍କ ସହ ଆଲୋଚନା କରିବେ ବୋଲି କହିଛନ୍ତି । ଲୋକେ ଭୟଭୀତ ନହୋଇ ସତର୍କ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।