ସ୍ଵର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର ୩୦।୦୫: ମହାରଥୀ ପରିବାରକୁ ଆଉ ଏକ ଦୁଃଖର ବାଦଲ । ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କ ପରଲୋକ । ୬୪ବର୍ଷ ବୟସରେ ପ୍ରଣୟଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି । ଖବର ଅନୁଯାୟୀ, ପ୍ରଣୟ କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇଛି ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ରହିଥିଲେ । ରବିବାର ଦିନ ସକାଳୁ ତାଙ୍କର ମୃତ୍ୟୁ ହୋଇଯାଇଛି ବୋଲି ପ୍ରଣୟଙ୍କ ପୁଅ ଶାକ୍ୟ ପ୍ରତାପ ମହାରଥୀ ସୂଚନା ଦେଇଛନ୍ତି । ପୁରା ପରିବାରରେ ଦୁଃଖର କଳା ବାଦଲ ପଡ଼ିଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୪ବର୍ଷ ହୋଇଥିଲା ।