୪ ଦିନ ଲାଗିରହିବ ବର୍ଷା

ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ୧୮ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏନଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୮ରେ ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ୧୯ରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକରେ ପ୍ରବଳ ବର୍ଷା ହେବ। […] The post ୪ ଦିନ ଲାଗିରହିବ ବର୍ଷା appeared first on Dharitri Odia News.

୪ ଦିନ ଲାଗିରହିବ ବର୍ଷା
ଭୁବନେଶ୍ୱର, ୧୭।୭(ବ୍ୟୁରୋ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୨୧ ତାରିଖ ବେଳକୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏହାର ପ୍ରଭାବରେ ୧୮ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏନଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୮ରେ ନୂଆପଡ଼ା, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ, ୧୯ରେ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କଟକରେ ପ୍ରବଳ ବର୍ଷା ହେବ। ସେହିପରି ୨୦ରେ କୋରାପୁଟ, ମାଲାକାନଗିରି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକରେ ପ୍ରବଳ ବର୍ଷା ହେବ। ତେବେ ୨୧ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ଏବଂ ଯାଜପୁର, ଭଦ୍ରକ, ଢେଙ୍କାନାଳ, ନୟାଗଡ଼, କନ୍ଦମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। The post ୪ ଦିନ ଲାଗିରହିବ ବର୍ଷା appeared first on Dharitri Odia News.